ଭୁବନେଶ୍ୱରରୁ ୭ ଆକ୍ରାନ୍ତ: ୪ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରୁ ଆଉ ୭ଜଣ ନୂଅ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨ଜଣ ଓ ସ୍ଥାନୀୟ ସଂକ୍ରମଣ ୫ଜଣ ରହିଛନ୍ତି। ଅନ୍ୟପଟେ ୪ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୭ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୬୨ ହୋଇଥିବାବେଳେ ୩୧ହଜାର ୭୧୮ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୭୩ଜଣ ଚିକିତ୍ସିତ ହେଉଛନ୍ତି।