ରାଜ୍ୟରେ ୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ ଜଣ କ୍ୱାରାଣ୍ଟାଇନ କେନ୍ଦ୍ର‌ରୁ ଚିହ୍ନଟ ହୋଇଥିବାବେଳେ ୨୯ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୩୭ ହଜାର ୭୪୪ରେ ପହଞ୍ଚିଛି।

ଏହି ସଂକ୍ରମଣ ମଧ୍ୟରୁ ୩ ଲକ୍ଷ ୩୪ ହଜାର ୯୯୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୮୪ ଜଣ ଚିକିତ୍ସାଧୀନ ଅଛନ୍ତି।