୨୪ ଘଣ୍ଟାରେ ବାହାରିଲେ ୭୧ କରୋନା ପଜିଟିଭ୍,୧୮ ବର୍ଷ କମ୍‌ ବୟସ ମଧ୍ୟରେ ୬୬ ଜଣ କରୋନା ସଂକ୍ରମିତ

ଭୁୁବନେଶ୍ୱର,ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୦୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ଅଛନ୍ତି। ସେହିପରି ୧୮ ବର୍ଷ କମ୍‌ ବୟସ ମଧ୍ୟରେ ୬୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୬୪ ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି।