ରାଜ୍ୟରେ ଉପର ମୁହାଁ କରୋନା, ଆଉ ୭୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଉପର ମୁହାଁ ହେଉଛି ମହାମାରୀ କରୋନା ଭାଇରସ। ଦୈନିକ ଆକ୍ରାନ୍ତ ସଂଖ୍ୟାରେ ବୃଦ୍ଧି ହେଉଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ରାଜ୍ୟର ୨୦ଟି ଜିଲ୍ଲାରୁ ୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୮ ଜଣ ଲୋକାଲରୁ ଓ ୪୩ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି। ଏହି ନୂତନ ସଂକ୍ରମଣକୁ ମିଶାଇ ରାଜ୍ୟରୁ ଏଯାବତ ୩ ଲକ୍ଷ ୩୮ ହଜାର ୧୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଯାଜପୁରରୁ ୭ ଜଣ, ମୟୂରଭଞ୍ଜରୁ ୬ ଜଣ, ବାଲେଶ୍ୱରରୁ ୫ ଜଣ, ବରଗଡ଼ରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି।

ଏଥିସହିତ ରାଜ୍ୟରେ ବର୍ତ୍ତମାନ ୬୫୨ଟି ସକ୍ରିୟ ମାମଲା ରହିଥିବା ବେଳେ ୩ ଲକ୍ଷ ୩୫ ହଜାର ୫୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିସାରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି।