ଝାରସୁଗୁଡ଼ାରୁ ପୁଣି ୭୧ କରୋନା ପଜିଟିଭ ଚିହ୍ନଟ: ସଂଖ୍ୟା ୫,୭୩୦କୁ ବୁଦ୍ଧି

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୭୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୨୪ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୫ଜଣ, କୋଲାବିରା ବ୍ଲକରୁ ୧୦ଜଣ ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୮ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୭ଜଣ, କିର୍ମିରା ବ୍ଲକରୁ ୩ଜଣ, ଝାରସୁଗୁଡ଼ା ଓ ଲଇକେରା ବ୍ଲକରୁ ୨ଜଣ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୭୩୦ ହୋଇଥିବାବେଳେ ୫,୧୯୧ ଜଣ ସୁସ୍ଥ ହୋଇଛନ୍ତି ଏବଂ ୫୩୪ ଜଣଙ୍କ ଚିକିତ୍ସା ଜାରି ରହିଛି।