ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୭୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୪୯ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୪ଜଣ, ଝାରସୁଗୁଡ଼ା ବ୍ଲକରୁ ୨ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୪ଜଣ, ଲଇକେରା ବ୍ଲକରୁ ୨ଜଣ, କିର୍ମିରା ବ୍ଲକରୁ ୬ଜଣ, କୋଲାବିରା ବ୍ଲକ୍ ଓ ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ଜଣେ ଲେଖାଏଁ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ଝାରସୁଗୁଡ଼ାର ଆଉ ୨ଜଣ ବ୍ୟକ୍ତି ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୨୯୧ରେ ପହଞ୍ଚିଛି। ସେଥିମଧ୍ୟରୁ ୩,୨୭୨ ଜଣ ସୁସ୍ଥ ହୋଇଛନ୍ତି ଓ ୧,୦୧୮ ଜଣଙ୍କ ଚିକିତ୍ସା ଜାରି ରହିଛି।