ରାଜ୍ୟରେ ୨୪ ଘଣ୍ଟାରେ ପୁଣି ୭୧୯ କୋଭିଡ୍ ପଜିଟିଭ୍ ମାମଲା ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଅଗଷ୍ଟ ପରେ ସେପ୍ଟେମ୍ବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର। ରାଜ୍ୟରେ ଧୀରେଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ଗତ ୨୪ ଘଣ୍ଟା ମଧ୍ୟରେ ୭୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ସଂକ୍ରମିତଙ୍କ ମଧ୍ୟରୁ ୪୨୨ ଜଣ କ୍ୱାରେଣ୍ଟାଇନରୁ ଓ ୨୯୭ ଜଣ ଲୋକାଲରୁ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୫ ଜଣ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୯ ଜଣ, ବଲାଙ୍ଗିର ଜିଲ୍ଲାରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୬ ଜଣ, କଟକ ଜିଲ୍ଲାରୁ ୮୯ ଜଣ, ଦେବଗଡ଼ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଯାଜପୁର ଜିଲ୍ଲାରୁ ୨୭ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୮ ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୯ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୩୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୧୧ ଜଣ, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୨ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୮୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୯୩୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।