ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୨ କୋଭିଡ ପଜିଟିଭ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ନୂଆ ୭୨ଟି କୋଭିଡ ମାମଲା ଚିହ୍ନଟ ହୋଇଛି। ଏଥିସହିତ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ ଆଜି ୧୯ ଜିଲ୍ଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ହୋଇଥିବା ୭୨ କୋଭିଡ ଆକ୍ରାନ୍ତଙ୍କ ମଧ୍ୟରେ ୪୪ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରର ଓ ୨୮ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ତେବେ ଏହି ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୧୧ ଜଣ ରହିଛନ୍ତି। ସେହିପରି କରୋନାରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଜଣଙ୍କ ବାଲେଶ୍ୱର ଜିଲ୍ଲାର ୭୪ ବର୍ଷୀୟ ବୃଦ୍ଧା।

ଏଥିସହିତ ରାଜ୍ୟରେ ମୋଟ କରୋନା ପଜିଟିଭ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ରେ ପହଞ୍ଚିଥିବା ବେଳେ ୩ ଲକ୍ଷ ୩୨ ହଜାର ୯୪୮ ଜଣ ସୁସ୍ଥ ହୋଇସାରିଛନ୍ତି। ସେହିପରି କରୋନାରେ ମୃତ୍ୟୁ ସଂଖ୍ୟା ୧୯୧୦କୁ ବୃଦ୍ଧି ପାଇଥିବା ବେଳେ ୭୮୧ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।