ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୭୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୪୪ଜଣ ଓ ସ୍ଥାନୀୟ ସଂକ୍ରମଣ ୨୯ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୬ହଜାର ୧୭୪କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ରୁ ୧୪, ଅନୁଗୁଳରୁ ୮, ସମ୍ବଲପୁରରୁ ୬, ବାଲେଶ୍ୱର, ଖୋର୍ଦ୍ଧା, ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ୫ ଲେଖାଏଁ, ରାୟଗଡ଼ା ଓ ଝାରସୁଗୁଡ଼ାରୁ ୪ ଲେଖାଏଁ, ପୁରୀରୁ ୩, ବଲାଙ୍ଗିର, ଢେଙ୍କାନାଳ, ନବରଙ୍ଗପୁର ଓ ସୋନପୁରରୁ ୨ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି ଓ ନୟାଗଡ଼, ଷ୍ଟେଟପୋଲରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୦ଲକ୍ଷ ୨୩ହଜାର ୯୭୮ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୬ହଜାର ୧୭୪ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୩ହଜାର ୪୫୧ଜଣ ସୁସ୍ଥ ହୋଇଛନ୍ତି, ୧୯୧୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୭୬୦ ଜଣ ଚିକିତ୍ସିତ ହେଉଛନ୍ତି।