ଓଡିଶାରେ ଆଜି ଆଉ ୭୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡିଶାରେ କରୋନାରେ ଆଉ ୭୩୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୧୬ ହଜାର ୧ରେ ପହଞ୍ଚିଛି।

ରାଜ୍ୟରୁ ଗତ ୨୪ ଘଣ୍ଟାରେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୯ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ ଅନ୍ୟ ୩୧୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେଥିରୁ ୩ ଲକ୍ଷ ୭ ହଜାର ୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୬ ହଜାର ୮୮୭ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।