ରାଜ୍ୟରେ ଆଉ ୭୪୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡିଶାରେ ଦିନକୁ ଦିନ କମୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ପୁଣି ୩୦ ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲରୁ ଆଉ ୭୪୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରୁ ଗତ ୨୪ ଘଣ୍ଟାରେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୩୭ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ ଅନ୍ୟ ୩୧୨ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ରାଜ୍ୟରେ ଏ ପର୍ଯ୍ୟନ୍ତ ୫୨୯୪୭୨୬ କରୋନା ନମୁନା ପରୀକ୍ଷଣ କରାଯାଇଛି। ଏଯାଏଁ ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟା ୩୦୯୪୦୮ ରେ ପହଞ୍ଚିଛି। ୨୯୭୮୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୯୯୫୦ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।