ରାଜ୍ୟରେ ସୁସ୍ଥ ହେଲେ ଆଉ ୭୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ମୋଟ ରାଜ୍ୟରେ କରୋନା ସୁସ୍ଥଙ୍କ ସଂଖ୍ୟା ୮୮୭ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ଯାଜପୁରରୁ ୨୫, ଗଞ୍ଜାମରୁ ୧୯, କଟକରୁ ୯, ପୁରୀରୁ ୮, ନୟାଗଡ଼ ଓ କେନ୍ଦ୍ରାପଡ଼ାରୁ ୩ ଜଣ ଲେଖାଏଁ, କନ୍ଧମାଳ ଓ ବଲାଙ୍ଗିରରୁ ୨ ଜଣ ଲେଖାଏଁ ଏବଂ କେନ୍ଦୁଝର, ବୌଦ୍ଧ, ସମ୍ବଲପୁର ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୧୬୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୬୬ଜଣ ଆକ୍ଟିଭ ଅଛନ୍ତି।