ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୭୫୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ଗତ ୨୪ ଘଣ୍ଟା ମଧ୍ୟରେ ୭୫୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪୩୮ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୩୧୬ ଜଣ ଲୋକାଲରୁ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୮ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୪୩ ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗିର ଜିଲ୍ଲାରୁ ୪ ଜଣ, ବୌଦ୍ଧ ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୧୧୦ ଜଣ, ଦେବଗଡ଼ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫ ଜଣ, ଯାଜପୁର ଜିଲ୍ଲାରୁ ୨୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୧ ଜଣ, କୋରାପୁଟ ଜିଲ୍ଲାରୁ ୬ ଜଣ, ମାଲକାନଗିରି ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୩ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧୩ ଜଣ, ନୂଆପଡ଼ା ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୨୮ ଜଣ, ରାୟଗଡ଼ା ଜିଲ୍ଲାରୁ ୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ ଜଣ ଓ ଷ୍ଟେଟ ପୁଲରୁ ୫୯ ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୯ ହଜାର ୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୨୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୩ ହଜାର ୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।