୭୭ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ

ଦେବଗଡ଼,ଏନ୍‌ଏନ୍‌ଏସ୍ : ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ ୭୭ତମ ସ୍ୱାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ମୁଖ୍ୟଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିଥିଲେ । ସରଜେଣ୍ଟ ଗୋବିନ୍ଦ ଚନ୍ଦ୍ର ମାରାଣ୍ଡିଙ୍କ ପରିଚାଳନାରେ ଜିଲ୍ଲା ପୁଲିସ, ହୋମଗାର୍ଡ ଓ ୪ର୍ଥ ଆଇଆରବି ବାଟାଲିୟନର ସଶସ୍ତ୍ର ଯବାନଙ୍କ ସହ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ୩୦ଟି ଗ୍ରୁପ ପ୍ୟାରେଡରେ ଅଂଶଗ୍ରହଣ କରି ଜାତୀୟ ପତାକାକୁ ସଲାମୀ ଦେଇଥିଲେ । ଏହି ଅବସରରେ ଜିଲ୍ଲାର ଆର୍ôଥକ ଓ ସାମାଜିକ ବିକାଶ ଦିଗରେ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯଇଥିବା ବିଭିନ୍ନ ଯୋଜନା ଓ ପଦକ୍ଷେପ ସମ୍ପର୍କରେ ଜିଲ୍ଲାପାଳ ଶ୍ରୀ ଉପାଧ୍ୟାୟ ଆଲୋକପାତ କରିଥିଲେ । ସ୍ୱାଧୀନତା ଦିବସ ପାଇଁ ପୂର୍ବରୁ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅନୁଷ୍ଠିତ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅଥିତିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହାସହ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା ।