ସଡ଼କ ଦୁର୍ଘଟଣାରେ ୮ମୃତ, ୪ଆହତ

ଜୟପୁର,ଏଜେନ୍ସି: ରାଜସ୍ଥାନର ଟୋଙ୍କ୍ ଜିଲ୍ଲାରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଜିପ୍ ଏବଂ ଟ୍ରକ୍ ମଧ୍ୟରେ ଦୁର୍ଘଟଣା ଘଟି ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଆହତ ହୋଇଛନ୍ତି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଟ୍ରକ୍ ସହ ଜିପ୍ଟି ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାସ୍ଥଳରେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆହତମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାରେ ମୃତାହତମାନେ ହେଉଛନ୍ତି ମଧ୍ୟପ୍ରଦେଶ ରାଜଗଡ଼ ଅଞ୍ଚଳର ବାସିନ୍ଦା। ସେମାନେ ନିଜ ଘରୁ ଫେରୁଥିବା ବେଳେ ରାତି ୧୨ଟାରୁ ସାଢେ ୨ଟା ମଧ୍ୟରେ ଏହି ଦୁର୍ଘଟଣା ଘଟିଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।