ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବ୍ରଜରାଜନଗର ପୌରପରିଷଦର ୩ଜଣ, ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳର ୨ଜଣ, ଝାରସୁଗୁଡ଼ା, ଲଇକେରା ଓ ଲଖନପୁର ବ୍ଲକରୁ ଜଣେ ଲେଖାଏଁ ରହିଛନ୍ତି। ପ୍ରଶାସନ ପକ୍ଷରୁ ସମସ୍ତ ଆକ୍ରାନ୍ତଙ୍କୁ ଝାରସୁଗୁଡ଼ା କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଆଜିର ୮ ଜଣଙ୍କୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଞ୍ଚିଛି। ସେଥିମଧ୍ୟରୁ ୧୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୭୨ଜଣ ଚିକିତ୍ସିତ ହେଉଛନ୍ତି।