ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ଦିନକରେ ୬ ହଜାରରୁ ଊର୍ଦ୍ଧ୍ୱ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୯୭୩କୁ ବୃଦ୍ଧି ପାଇଛି।
ସଦ୍ୟ ତଥ୍ୟ ଅନୁସାରେ ଗଞ୍ଜାମ ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱର, ବଲାଙ୍ଗିର, କନ୍ଧମାଳ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।