ରାଜଧାନୀରେ ୮ ଆକ୍ରାନ୍ତ: ୫ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି ୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୩ଜଣ ଓ ସ୍ଥାନୀୟ ସଂକ୍ରମଣ ୫ଜଣ ରହିଛନ୍ତି। ଅନ୍ୟପଟେ ୫ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୮ଜଣଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ହଜାର ୯୯୯ ହୋଇଥିବାବେଳେ ୩୧ହଜାର ୬୫୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୪୯ ଜଣଙ୍କର ମୃତ୍ୟୁ ଘଟିଛି ଓ ୭୫ଜଣ ଚିକିତ୍ସିତ ହେଉଛନ୍ତି।