ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୫ଜଣ ଓ ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୨ଜଣ ରହିଛନ୍ତି। ଅନ୍ୟପଟେ ଝାରସୁଗୁଡ଼ାର ଅନ୍ୟଜଣେ ବ୍ୟକ୍ତି ସମ୍ ହସ୍ପିଟାଲରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଆଜିର ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି, ଜଣଙ୍କର ମୃତ୍ୟୁ ଘଟିଛି ଓ ୧୦୮ ଜଣ ଚିକିତ୍ସିତ ହେଉଛନ୍ତି।