ଭୁବନେଶ୍ୱରରେ ୮ କରୋନା ପଜିଟିଭ ଚିହ୍ନଟ : ସ୍ଥାନୀୟ ସଂକ୍ରମଣ ୭

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ଜଣେ ଓ ସ୍ଥାନୀୟ ସଂକ୍ରମଣ ୭ ଜଣ ରହିଛନ୍ତି। ଅନ୍ୟପଟେ ୭ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୨୭ ହୋଇଥିବାବେଳେ ୩୧ ହଜାର ୩୫୫ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୪୫ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୦୬ ଜଣ ଚିକିତ୍ସିତ ହେଉଛନ୍ତି।