୮ଟି ରାଜ୍ୟରେ ନିଯୁକ୍ତ ହେଲେ ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ: ଦେଶର ୮ଟି ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରାଯାଇଛି। କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଥିବା ଥାୱରଚନ୍ଦ ଗେହଲଟଙ୍କୁ କର୍ଣ୍ଣାଟକ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ସେହିପରି ଏମସି ପଟେଲଙ୍କୁ ମଧ୍ୟପ୍ରଦେଶ, ହରିବାବୁ କୁମ୍ଭପତିଙ୍କୁ ମିଜୋରାମ, ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ହିମାଚଳ ପ୍ରଦେଶର ରାଜ୍ୟପାଳ ଭାବେ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ହିମାଚଳ ପ୍ରଦେଶର ରାଜ୍ୟପାଳ ଥିବା ବନ୍ଦାରୁ ଦତ୍ତାତ୍ରେୟଙ୍କୁ ହରିୟାଣା ରାଜ୍ୟପାଳେ ଭାବେ ବଦଳି କରାଯାଇଛି। ମିଜୋରାମ ରାଜ୍ୟପାଳ ଥିବା ଶ୍ରୀଧରନ ପିଲାଇଙ୍କୁ ଗୋଆ, ହରିୟାଣାର ରାଜ୍ୟପାଳ ଥିବା ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କୁ ତ୍ରିପୁରା ଦାୟିତ୍ୱ ମିଳିଛି। ଆଉ ତ୍ରିପୁରା ରାଜ୍ୟପାଳ ଥିବା ରମେଶ ବୈଶଙ୍କୁ ଝାଡ଼ଖଣ୍ଡ ରାଜ୍ୟପାଳ ରୂପେ ବଦଳି କରାଯାଇଛି। ଏଥିସହିତ ଝାଡ଼ଖଣ୍ଡ ରାଜ୍ୟପାଳ ଥିବା ଦୌପଦୀ ମୁର୍ମୁଙ୍କ କାର୍ଯ୍ୟକାଳ ସରିଥିବାରୁ ତାଙ୍କୁ ଆଉ କୌଣସି ନୂଆ ନିଯୁକ୍ତି ମିଳିନାହିଁ।