ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କମୁଛି କରୋନା ଗ୍ରାଫ୍। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୮୫୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫ ଜଣ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ରହିଛନ୍ତି ୧୨ ଜଣ।
ବାଲେଶ୍ୱରରୁ ୫, ବରଗଡରୁ ୧, ବଲାଙ୍ଗିରରୁ ୪, ବୌଦ୍ଧରୁ ୨, କଟକରୁ ୩, ଦେଓଗଡରୁ ୩, ଗଜପତିରୁ ୯, ଗଞ୍ଜାମରୁ ୩, ଯାଜପୁରରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୩, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୮, କୋରାପୁଟରୁ ୩, ମୟୂରଭଞ୍ଜରୁ ୭, ନବବରଙ୍ଗପୁରରୁ ୧, ନୂଆପଡାରୁ ୧, ସମ୍ବଲପୁରରୁ ୧୩, ସୋନପୁରରୁ ୨, ସୁନ୍ଦରଗଡରୁ ୬ ଓ ଷ୍ଟେଟ ପୁଲରୁ ୨ ଜଣ ରହିଛନ୍ତି।
ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୮୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୯୩୪ଜଣ ସୁସ୍ଥ ହୋଇଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୩୦୦୧୧୪୦୩ସାମ୍ପୁଲ ଟେଷ୍ଟ୍ ହୋଇଛି।