ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ କିଛିଦିନ ହେବ କୋଭିଡ ପଜିଟିଭ ସଂଖ୍ୟା ୮ ହଜାରରୁ ଊର୍ଦ୍ଧ୍ୱରେ ରହୁଛି। ଏହି ମଧ୍ୟରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟର ୩୦ ଜିଲ୍ଲାରୁ ୮୦୧୫ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ପଜିଟିଭ ମଧ୍ୟରେ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୫୬୮ ଜଣ ଏବଂ ସ୍ଥାନୀୟ ଅଞ୍ଚଳରୁ ୩୪୪୭ ଜଣ ରହିଛନ୍ତି।
ଏହି ନୂଆ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ଅନୁଗୁଳରୁ ୫୨୫, ବାଲେଶ୍ୱରରୁ ୧୦୦, ବରଗଡ଼ରୁ ୩୯୦, ଭଦ୍ରକରୁ ୧୪୫, ବଲାଙ୍ଗିରରୁ ୧୯୮, ବୌଦ୍ଧରୁ ୧୦୩, କଟକରୁ ୪୮୨, ଦେବଗଡ଼ରୁ ୧୦୧, ଢ଼େଙ୍କାନାଳରୁ ୮୬, ଗଜପତିରୁ ୧୨୦, ଗଞ୍ଜାମରୁ ୧୬୯, ଜଗତସିଂହପୁରରୁ ୧୪୯, ଯାଜପୁରରୁ ୧୯୪, ଝାରସୁଗୁଡ଼ାରୁ ୩୮୬, କଳାହାଣ୍ଡିରୁ ୧୭୪, କନ୍ଧମାଳରୁ ୬୧, କେନ୍ଦ୍ରାପଡ଼ାରୁ ୭୦, କେନ୍ଦୁଝରରୁ ୭୫, କୋରାପୁଟରୁ ୧୨୭, ମାଲକାନଗିରିରୁ ୩୬, ମୟୂରଭଞ୍ଜରୁ ୧୯୯, ନବରଙ୍ଗପୁରରୁ ୩୨୦, ନୟାଗଡ଼ରୁ ୧୮୭, ନୂଆପଡ଼ାରୁ ୨୬୪, ପୁରୀରୁ ୩୦୬, ରାୟଗଡ଼ାରୁ ୧୫୪, ସମ୍ବଲପୁରରୁ ୪୪୧, ସୋନପୁରରୁ ୨୦୭, ସୁନ୍ଦରଗଡ଼ରୁ ୭୩୫ ଓ ଷ୍ଟେଟପୁଲରୁ ୨୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୪ ଲକ୍ଷ ୬୨ ହଜାର ୬୨୨ରେ ପହଞ୍ଚିଛି। ସେଥିରୁ ୩ ଲକ୍ଷ ୯୧ ହଜାର ୪୮ ଜଣ ସୁସ୍ଥ ହୋଇଛନ୍ତି ଓ ୬୯ ହଜାର ୪୫୩ ଜଣ ଚିକିତ୍ସାଧୀନ ଅଛନ୍ତି।