ରାଜ୍ୟରେ ଦିନକରେ ୮୦୫ କୋଭିଡ ପଜିଟିଭ ଚିହ୍ନଟ, ୭ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। କିନ୍ତୁ ଏପଟେ ମୁଣ୍ଡବ୍ୟଥାର କାରଣ ପାଲଟିଛି ଶିଶୁ ସଂକ୍ରମଣ। ଦୈନିକ ୧୦୦ରୁ ଊର୍ଦ୍ଧ୍ୱ ଶିଶୁ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୮୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୭ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୩୩୮ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୪୬ ଜଣ ଥିବା ବେଳେ ଅନୁଗୁଳରୁ ୧୩, ବାଲେଶ୍ୱରରୁ ୩୦, ବରଗଡ଼ରୁ ୫, ଭଦ୍ରକରୁ ୧୪, ବୌଦ୍ଧରୁ ୩, କଟକରୁ ୯୮, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୧, ଗଜପତିରୁ ୧, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୯, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୩୩, କେନ୍ଦୁଝରରୁ ୮, କୋରାପୁଟରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୩୭, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୧୦, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୧, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୧୬ ଏବଂ ଷ୍ଟେଟ ପୁଲରୁ ୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବା ବେଳେ ଭଦ୍ରକ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ରହିଛନ୍ତି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୧ ହଜାର ୫୫୮ରେ ପହଞ୍ଚିଛି। ଏଥିରୁ ୯ ଲକ୍ଷ ୯୬ ହଜାର ୩୦୦ ଜଣ ଆରୋଗ୍ୟ ଲାଭ କରିସାରିଥିବା ବେଳେ ୮ ହଜାର ୪୭ ଜଣଙ୍କ ମୃତ୍ୟୁ ହୋଇସାରିଛି। ତେବେ ୭ ହଜାର ୧୫୮ଟି ସକ୍ରିୟ ମାମଲା ରହିଛି।