ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୧୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୧୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୫ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୩୪୧ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୬ ଜଣ ପଜିଟିଭ ରହିଛନ୍ତି।

ଗତ ୨୪ ଘଣ୍ଟାରେ ଅନୁଗୁଳରୁ ୧୩ , ବାଲେଶ୍ୱରରୁ ୪୬ ,ବରଗଡରୁ ୧୩ ,ଭଦ୍ରକରୁ ୯, ବଲାଙ୍ଗିରରୁ ୩, କଟକରୁ ୧୧୬, ଦେବଗଡରୁ ୧୩, ଢେଙ୍କାନାଳରୁ ୯, ଗଞ୍ଜାମରୁ ୯, ଜଗତସିଂହପୁରରୁ ୩୪, ଯାଜପୁରରୁ ୩୧, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୪, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧୬, ଖୋର୍ଦ୍ଧାରୁ ୨୯୧, କୋରାପୁଟରୁ ୫, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୭, ନୟାଗଡ଼ରୁ ୧୨, ନୂଆପଡାରୁ ୧, ପୁରୀରୁ ୨୦, ରାୟଗଡାରୁ ୧, ସମ୍ବଲପୁରରୁ ୧୮, ସୁନ୍ଦରଗଡରୁ ୧୬ ଏବଂ ରାଜ୍ୟ ପୁଲରୁ ୬୨ ଜଣ ସଂକ୍ରମିତ ରହିଛନ୍ତି।

ଏଥିସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୪ ହଜାର ୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୮ ହଜାର ୨୭୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮ ହଜାର ୮୮୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।