ସିଆରପିଏଫର ୮୩ତମ ଜନ୍ମ ଦିବସ ପାଳନ

ବାଲିଗୁଡ଼ା,ଏନ୍‌ଏନ୍‌ଏସ୍‌: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାସ୍ଥିତ ୧୨୭ ବାଟାଲିୟନ ସିଆରପିଏଫ ହେଡକ୍ୱାର୍ଟରରେ ସିଆରପିଏଫର ୮୩ତମ ଜନ୍ମ ଦିବସ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କମାଡେଣ୍ଟ ଶ୍ରୀ ଆନନ୍ଦ ଝା ଉପସ୍ଥିତ ରହି ଶହୀଦଙ୍କୁ ସମ୍ମାନିତ କରିବା ସହ ସେମାନଙ୍କ ସଫଳତା ପାଇଁ ଅଭିନନ୍ଦନ ଜଣାଇଥିଲେ । ଏଥିସହିତ ସମସ୍ତ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା ଜଣାଇ ବିଶ୍ୱସ୍ତତା ଏବଂ ଆନ୍ତରିକତା ସହିତ ସିଆରପିଏଫର ୮୩ତମ ଜନ୍ମ ଦିବସ ପାଳନ କରାଯାଇଥିଲା । ଏହି ଅବସରରେ ୟୁନିଟରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅତିଉତ୍କଷ୍ଠ ସେବା ପଦକ ଏବଂ ଉତ୍କଷ୍ଠ ସେବା ପଦକ ପ୍ରଦାନ କରାଯାଇ ଯବାନଙ୍କ ଉଦ୍ୟମକୁ ପ୍ରଶଂସା କରାଯାଇଥିଲା । ଅପରାହ୍ନରେ ୨ଟି କମ୍ପାନୀ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ ଭଲିବଲ୍ ମ୍ୟାଚ୍ ଆୟୋଜିତ ହୋଇଥିବାବେଳେ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ୟୁନିଟ୍ ଅଧିକାରୀ ଏବଂ ଯବାନମାନେ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।