ଝାରସୁଗୁଡ଼ାରୁ ୮୩ କରୋନା ପଜିଟିଭ ଚିହ୍ନଟ : ସଂଖ୍ୟା ୫,୧୨୫କୁ ବୃଦ୍ଧି

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୮୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୩୪ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୨ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୦ଜଣ, ଝାରସୁଗୁଡ଼ା ବ୍ଲକରୁ ୧୨ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୨୦ଜଣ, ଲଇକେରା ବ୍ଲକରୁ ୪ଜଣ, କୋଲାବିରା ବ୍ଲକରୁ ଜଣେ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୧୨୫ ହୋଇଥିବାବେଳେ ୪,୫୦୬ ଜଣ ସୁସ୍ଥ ହୋଇଛନ୍ତି ଓ ୫୩୪ ଜଣଙ୍କ ଚିକିତ୍ସା ଜାରି ରହିଛି।