ରାୟଗଡ଼ା,ଏନ୍ଏନ୍ଏସ୍: ରାୟଗଡ଼ା ଜିଲ୍ଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆଜି ଜିଲ୍ଲାରେ ୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୧୭ ଜଣ କରୋନା ଯୋଦ୍ଧା ରହିଛନ୍ତି। ଏଥିରେ ୭୭ ଜଣ ଘରୋଇ ସଙ୍ଗରୋଧରୁ ଓ ୭ ଜଣ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି। ପୂର୍ବରୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଆମ୍ବାଗୁଡା ଗ୍ରାମକୁ ପ୍ରଶାସନ ତରଫରୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ରାୟଗଡ଼ା ସହରରୁ ୫ ଜଣ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ଆର୍ତ୍ତବନ୍ଧୁ ନାୟକ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାୟଗଡ଼ା ଜିଲ୍ଲାରୁ ୪୨୩ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୯୨ ଜଣ ସୁସ୍ଥହୋଇ ଘରକୁ ଫେରିଥିବାବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। କରୋନା ମହାମାରୀକୁ ରୋକିବା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ଜିଲ୍ଲାରେ ପାଟ୍ରୋଲିଂ ବ୍ୟବସ୍ଥା କଡାକଡି କରାଯିବାସହ ଅମାନିଆଙ୍କୁ ସାବାଡ କରିବା ପାଇଁ ଅଣ୍ଟାଭିଡିଥିବା ଏସପି ଡା.ଶ୍ରବଣା ବିବେକ ଏମ୍ ସୂଚନା ଦେଇଛନ୍ତି।