ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୮୪୯ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ପୁଣି ଉପର ମୁହାଁ ହୋଇଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ହୋଇଥିବା ବେଳେ ୩୫୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୯ ଜଣ ରହିଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧ ଜଣ, ବରଗଡ଼ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗିର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୯୮ ଜଣ, ଦେବଗଡ଼ ଜିଲ୍ଲାରୁ ୧୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ ଜଣ, ଯାଜପୁର ଜିଲ୍ଲାରୁ ୩୨ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୭ ଜଣ, କେନ୍ଦୁଝର ଜିଲ୍ଲାରୁ ୧୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୨୦ ଜଣ, ନୟାଗଡ଼ ଜିଲ୍ଲାରୁ ୧୪ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୨୮ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ ଜଣ ଓ ଷ୍ଟେଟ ପୁଲରୁ ୭୮ ଜଣ ରହିଛନ୍ତି।

ଏଥିସହ ରାଜ୍ୟରେ ମୋଟ୍ ସଂକ୍ରମଣ ସଂଖ୍ୟା ୧୦ ଲକ୍ଷ ୬ ହଜାର ୫୦୩ରେ ପହଞ୍ଚିଛି। ଏଥିରୁ ୭,୮୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୦ ହଜାର ୭୯୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।