ହଜାରେ ତଳେ ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୮୬୮ କରୋନା ପଜିଟିଭ୍

ଭୁବନେଶ୍ୱର,ଏନ୍ଏନ୍ଏସ୍: ଜୁଲାଇ ପରେ ଅଗଷ୍ଟ ବି ଆଣିଦେଉଛି ଆଶ୍ୱସ୍ତିକର ଖବର। ରାଜ୍ୟରେ ଧୀରେଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ସଂକ୍ରମିତଙ୍କ ମଧ୍ୟରୁ ୫୦୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଓ ୩୬୧ ଜଣ ଲୋକାଲରୁ ରହିଛନ୍ତି।

ଏହି ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୬ ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ ଜଣ, ବରଗଡ଼ ଜିଲ୍ଲାରୁ ୧୩ ଜଣ, ଭଦ୍ରକ ଜିଲ୍ଲାରୁ ୧୯ ଜଣ, ବଲାଙ୍ଗିର ଜିଲ୍ଲାରୁ ୮ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫୪ ଜଣ, ଦେବଗଡ଼ ଜିଲ୍ଲାରୁ ୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଯାଜପୁର ଜିଲ୍ଲାରୁ ୪୫ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୬ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୬ ଜଣ, ମାଲକାନଗିରି ଜିଲ୍ଲାରୁ ୬ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୮ ଜଣ, ନୟାଗଡ଼ ଜିଲ୍ଲାରୁ ୨୧ ଜଣ, ନୂଆପଡ଼ା ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୩୯ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୫୪ ଜଣ ରହିଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୫ ହଜାର ୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦ ହଜାର ୧୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୭୮ ହଜାର ୨୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।