ରାଜ୍ୟରେ ପୁଣି ୮୭ ନୂଆ କରୋନା ପଜିଟିଭ ମାମଲା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି କରୋନା ସଂକ୍ରମଣ ମାମଲା ଦୃତ ଗତିରେ ବଢ଼ୁଛି। ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ୧୯ଟି ଜିଲ୍ଲାରୁ ଆଉ ୮୭ ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏହି ପରିପ୍ରେକ୍ଷୀରେ ସମ୍ବଲପୁରରୁ ୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ରାଜ୍ୟରେ ମୋଟ ସଂକ୍ରମଣ ମାମଲା ୩ ଲକ୍ଷ ୩୭ ହଜାର ୧୯୧ରେ ପହଞ୍ଚିଛି। ସେଥିରୁ ୩ ଲକ୍ଷ ୩୪ ହଜାର ୫୧୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୦୩ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି।