ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୮୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୩ଲକ୍ଷ ୩୬ହଜାର ୫୭୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକରୁ ୨୫, ମୟୁରଭଞ୍ଜ, ବରଗଡ଼ ଓ ସୁନ୍ଦରଗଡ଼ରୁ ୯ ଲେଖାଏଁ, ଯାଜପୁର, ଝାରସୁଗୁଡ଼ା ଓ ଖୋର୍ଦ୍ଧାରୁ ୫ ଲେଖାଏଁ, ଅନୁଗୁଳ ଓ ସମ୍ବଲପୁରରୁ ୪ ଲେଖାଏଁ, ଗଞ୍ଜାମ, କଳାହାଣ୍ଡି ଓ ପୁରୀରୁ ୩ ଲେଖାଏଁ, ଦେଓଗଡ଼ରୁ ୨ଜଣ, ବାଲେଶ୍ୱର, ନୂଆପଡ଼ା ଓ ଷ୍ଟେଟପୋଲରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩ଲକ୍ଷ ୩୯ହଜାର ୯୦୪ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୩ଲକ୍ଷ ୩୬ହଜାର ୫୭୧ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୧୯୨୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୪୧୩ ଜଣ ଚିକିତ୍ସିତ ହେଉଛନ୍ତି।