ଭୁବନେଶ୍ୱରରୁ ଆଉ ୮୯୮ କୋଭିଡ ଆକ୍ରାନ୍ତ ଚିହ୍ନଟ, ୧୨୨୮ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଗତ ୨୪ ଘଣ୍ଟାରେ ଆଉ ୮୯୮ ଜଣ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତଙ୍କ ମଧ୍ୟରେ ଲୋକାଲରୁ ୭୭୨ ଜଣ ଚିହ୍ନଟ ହୋଇଥିବା ବେଳେ ସଂଗରୋଧ କେନ୍ଦ୍ରରୁ ୧୨୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ପୁରୁଣା ବଜାରରୁ ସର୍ବାଧିକ ୪୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୧୨୨୮ ଜଣ କୋଭିଡ ରୋଗୀ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

ଏଥିସହିତ ଭୁବନେଶ୍ୱରରେ ମୋଟ କୋଭିଡ ସଂକ୍ରମଣ ସଂଖ୍ୟା ୭୮ ହଜାର ୫୭୪ରେ ପହଞ୍ଚିଛି। ସେଥିରୁ ୬୭ ହଜାର ୫୫୨ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୩୪୫ ଜଣଙ୍କ ମୃତ୍ୟୁ ହୋଇସାରିଛି। ବର୍ତ୍ତମାନ ରାଜଧାନୀରେ ୧୦ ହଜାର ୬୫୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।