ଆଜି ପୁଣି ୯ ଜଣଙ୍କ ପ୍ରାଣନେଲା କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ପୁଣି ୯ଜଣଙ୍କର ଜୀବନ ନେଇଛି କରୋନା ଭୂତାଣୁ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୯ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ସମ୍ବଲପୁର, ଖୋର୍ଦ୍ଧା, କନ୍ଧମାଳ, କଟକ, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୨୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୫୭ଟି ଆକ୍ଟିଭ କେସ ରହିଥିବାବେଳେ ୨୭୭୫୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।