ରାଜଧାନୀରେ ୯ ଆକ୍ରାନ୍ତ : ୪ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀରେ ୯ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୨ଜଣ ଓ ସ୍ଥାନୀୟ ସଂକ୍ରମଣ ୭ଜଣ ରହିଛନ୍ତି। ଅନ୍ୟପଟେ ୪ଜଣ ନୂଆ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୮୬ ହୋଇଥିବାବେଳେ ୩୧ହଜାର ୭୩୧ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୮୪ଜଣ ଚିକିତ୍ସିତ ହେଉଛନ୍ତି।