ରାଜ୍ୟରେ ଚିହ୍ନଟ ହେଲେ ଅଉ ୯୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଓଡ଼ିଶାରେ ଆଉ ୯୦ ଜଣ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୪୭୮ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୧ ଜଣ ସ୍ଥାନୀୟ ଲୋକ। ନୂଆ ଆକ୍ରାନ୍ତ ଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮ କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫୩ ଜଣ ଚିକିତ୍ସାଧୀନ ଥିବାବେଳେ ୧୪୧୬ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି।

ଏମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୫, ନୟାଗଡ଼ରୁ ୭, ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ଜଣେ, ଭଦ୍ରକରୁ ୯, କଳାହାଣ୍ଡିରୁ ଜଣେ, ଗଞ୍ଜାମରୁ ୨୨, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୫, ପୁରୀରୁ ୨, କଟକରୁ ୫, ବରଗଡ଼ରୁ ଜଣେ ଓ ଢ଼େଙ୍କାନାଳରୁ ୧୦ଜଣ ଥିବା ଜଣାପଡ଼ିଛି।