ଦେଶରେ ୨୪ ଘଣ୍ଟାରେ ୯୨,୬୦୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ଅସମ୍ଭାଳ ହେଉଥିବା ଦେଖିବାକୁ ମିଳିଛି। ପ୍ରତିଦିନ ପ୍ରାୟ ୯୦ ହଜାରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଦେଶରେ ଗତ ୨୪ ଘଣ୍ଟାରେ ୯୨ ହଜାର ୬୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୧୩୩ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସେହିପରି ବର୍ତ୍ତମାନ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬,୭୫୨କୁ ବୃଦ୍ଧି ପାଇଥିବାରୁ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଲକ୍ଷ ୬୨୦କୁ ବୃଦ୍ଧି ପାଇଛି। ସେହିପରି ମୋଟ ୧୦,୧୦,୮୨୪ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୪୩,୦୩,୦୪୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।