ଝାରସୁଗୁଡ଼ାରୁ ପୁଣି ୯୫ କରୋନା ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୯୫ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଝାରସୁଗୁଡ଼ା ପୌରପରିଷଦ ଅଚଂଳରୁ ୩୨ଜଣ, ବେଲପାହାଡ଼ ପୌରପରିଷଦ ଅଞ୍ଚଳରୁ ୧୨ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୨ଜଣ, ଝାରସୁଗୁଡ଼ା ବ୍ଲକ ଅଞ୍ଚଳରୁ ୩ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୧୧ଜଣ, ଲଇକେରା ବ୍ଲକ ଅଞ୍ଚଳରୁ ୧୨ଜଣ ଓ କୋଲାବିରା ବ୍ଲକ ଅଞ୍ଚଳରୁ ୧୩ଜଣ ରହିଛନ୍ତି। ତେବେ ସମସ୍ତ ଆକ୍ରାନ୍ତ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଝାରସୁଗୁଡ଼ାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୬୦୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧,୮୦ ୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୭୯୪ ଜଣଙ୍କ ଚିକିତ୍ସା ଜାରି ରହିଛି।