ଝାରସୁଗୁଡ଼ାରୁ ପୁଣି ୯୬ କରୋନା ପଜିଟିଭ୍ ଚିହ୍ନଟ

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ପୁଣି ୯୬ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୪୮ଜଣ, ବ୍ରଜରାଜନଗର ପୌରପରିଷଦ ଅଞ୍ଚଳରୁ ୧୮ଜଣ, ଝାରସୁଗୁଡ଼ା ବ୍ଲକରୁ ୯ଜଣ, ଲଖନପୁର ବ୍ଲକ ଅଞ୍ଚଳରୁ ୧୫ଜଣ ଓ ଲଇକେରା ବ୍ଲକରୁ ୨ଜଣ ରହିଛନ୍ତି। ଏହି ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଗୃହ ସଙ୍ଗରୋଧରେ ଥିବାବେଳେ ଝାରସୁଗୁଡ଼ାର ଆଉ ୪ଜଣ ଅନ୍ୟ ଜିଲ୍ଲାର ଘରୋଇ ହସ୍ପିଟାଲରେ ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ସୂଚନାଯୋଗ୍ୟ, ଜିଲ୍ଲାରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୮୭କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୩୯୬ଜଣ ସୁସ୍ଥ ହୋଇଛନ୍ତି ଓ ୯୮୯ ଜଣଙ୍କ ଚିକିତ୍ସା ଜାରି ରହିଛି।