ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ଆଉ ୯୮୬ କରୋନା ପଜିଟିଭ, ୧୨୮ ଶିଶୁ ସଂକ୍ରମିତ ସାମିଲ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଧୀରେଧୀରେ ତଳକୁ ଖସୁଛି ସଂକ୍ରମଣର ପାରା। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେଧୀରେ କମୁଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହି ସଂକ୍ରମିତଙ୍କ ମଧ୍ୟରୁ ୫୭୪ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଥିବା ବେଳେ ୪୧୨ ଜଣ ଲୋକାଲ୍‌ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସେହିପରି ଛୋଟ ପିଲାଙ୍କ ମଧ୍ୟରେ ୧୨୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୪ ଜଣ, ବଲାଙ୍ଗିର ଜିଲ୍ଲାରୁ ୧୭ ଜଣ, କଟକ ଜିଲ୍ଲାରୁ ୧୩୯ ଜଣ, ଦେବଗଡ଼ ଜିଲ୍ଲାରୁ ୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ ଜଣ, ଯାଜପୁର ଜିଲ୍ଲାରୁ ୪୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩ ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୩ ଜଣ, କୋରାପୁଟ ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ ଜଣ, ନୟାଗଡ଼ ଜିଲ୍ଲାରୁ ୨୦ ଜଣ, ପୁରୀ ଜିଲ୍ଲାରୁ ୩୨ ଜଣ, ରାୟଗଡ଼ା ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ଏବଂ ଷ୍ଟେଟ ପୁଲରୁ ୮୪ ଜଣ ଚିହ୍ନଟ ହୋଇଛନ୍ତି।

ଏଥିସହିତ ରାଜ୍ୟରେ ମୋଟ୍ ସଂକ୍ରମଣ ସଂଖ୍ୟା ୯ ଲକ୍ଷ ୯୯ ହଜାର ୧୭୩ରେ ପହଞ୍ଚିଛି। ସେଥିରୁ ୯ ହଜାର ୫୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୮୨ ହଜାର ୩୧୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।