ରାଜ୍ୟରେ ଆଉ ୨୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଉ ୨୪ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫ଜଣଙ୍କ ବିଦେଶ ଟ୍ରାଭେଲ ହିଷ୍ଟ୍ରି ରହିଛି। ବାକି ୧୯ଜଣ ସ୍ଥାନୀୟ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ୨୧୮ଜଣଙ୍କ ନମୁନା ଜିନମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା ଏବଂ ସେଥିରୁ ୨୪ଜଣ ଓମିକ୍ରନରେ ସଂକ୍ରମିତ ହୋଇଛନ୍ତି। ଏନେଇ ଆଇଏଲଏସ୍ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଛି।

ସୂଚନାଯୋଗ୍ୟ, ଆଜିର ୨୪ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି।