ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଦେଖାଯିବ। ଆସନ୍ତା ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପଶ୍ଚିମା ଝଡ଼ର ପ୍ରଭାବରେ ପୂର୍ବ ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି। ଫଳରେ ପାରଦ ଉପରମୁହାଁ ରହିବ। ଶୀତ କମିଯିବ।ଆସନ୍ତା ୧୧ ଓ ୧୨ ତାରିଖ ଆଡ଼କୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। କୁଆପଥର ବର୍ଷାର ବି ଆଶଙ୍କା ରହିଛି ବୋଲି କୁହାଯାଇଛି।
ରାଜ୍ୟରେ ଦୁଇଦିନ ପାଗ ଶୁଖିଲା ରହୁଥିବାବେଳେ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୁରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।