ଭେଟେରାନ ଅଭିନେତା ମିହିରଙ୍କୁ ଦିଆଯିବ ଗାର୍ଡ ଅଫ୍ ଅନର

କଟକ,ଏନ୍ଏନ୍ଏସ୍: ଭେଟେରାନ ଅଭିନେତା ମିହିର ଦାସଙ୍କ ଅନ୍ତିମ ସଂସ୍କାର ଆସନ୍ତାକାଲି ହେବ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ତରଫରୁ ମିହିରଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବ। ଏନେଇ ଅଭିନେତା କୁନା ତ୍ରିପାଠୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ମିହିର ଦାସଙ୍କ ବିୟୋଗରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନ ଓ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ସମେତ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।