ବଢ଼ିଲା ଆୟକର ରିଟର୍ଣ୍ଣ ଅବଧି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୧-୨୨ ବର୍ଷ ପାଇଁ ଆୟକର ରିଟର୍ଣ୍ଣ ଦାଖଲ କରିବାର ଅବଧି ମାର୍ଚ୍ଚ ୧୫କୁ ବଢ଼ାଇ ଦେଇଛନ୍ତି। ଏନେଇ କେନ୍ଦ୍ରୀୟ ପ୍ରତ୍ୟେକ୍ଷ କର ବୋର୍ଡ ସୂଚନା ପ୍ରଦାନ କରିଛନ୍ତି। କରୋନା ମହାମାରୀ ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତି ଓ ଲଗାତାର ଜାରି ରହିଥିବା ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।