ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ

ସଇଁନ୍ତଳା,ଏନ୍ଏନ୍ଏସ୍: ବଲାଙ୍ଗିର ଜିଲ୍ଲା ଖଇରଗୁଡ଼ାର ଶୁଲିଆ ପୀଠ ପୁଣିଥରେ ରକ୍ତ ରଞ୍ଜିତ ହୋଇଛି। ଏଠାରେ ଭୋରରେ କୋଭିଡ୍ କଟକଣା ଭିତରେ ନୀତିକାନ୍ତି ସମାପନ ହୋଇଥିଲା। ଆଦିବାସୀଙ୍କ ସୁଲିଆ ଯାତ୍ରାରେ ଭୋରରେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ପାଟବୋଦା ଶୋଭାଯାତ୍ରା ଅନୁଷ୍ଠିତ ହେବା ପରେ କୁକୁଡ଼ା ବଳି ପଡ଼ିଥିଲା। ଏନେଇ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲେ ମଧ୍ୟ ହଜାର ହଜାର ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ସୁରକ୍ଷା ଦୃଷ୍ଟିରୁ ୪ ପ୍ଲାଟୁନ ଫୋର୍ସ ଓ ୧୫ଜଣ ପୁଲିସ ଅଧିକାରୀ ମୁତୟନ ହୋଇଥିଲେ।