ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱର ମହାନଗର ନିଗମର ୨୨ଜଣ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି କରାଯାଇଥିବା ଟେଷ୍ଟରୁ ୨୨ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ସେଥିପାଇଁ ଅନ୍ୟ ସବୁ କର୍ମଚାରୀଙ୍କ ନମୁନା ପରୀକ୍ଷା କରାଯିବ। ଏଥିସହିତ ବିଏମସି କାର୍ଯ୍ୟାଳୟକୁ ସର୍ବସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗୁ ହୋଇଛି।