ସୋମବାର ନୂଆଦିଲ୍ଲୀରେ ଆୟୋଜିତ ଇଣ୍ଡିଆ ସ୍କିଲ ୨୦୨୨ ପ୍ରତିଯୋଗିତାରେ ଓଡ଼ିଶା ୧୦ଟି ସ୍ଵର୍ଣ୍ଣ ପଦକ ଜିତିଛି। ଏହା ସହିତ ୧୮ଟି ରୌପ୍ୟ ୯ଟି କାଂସ୍ୟ ଏବଂ ୧୪ ମେଡାଲିୟନ୍ ଅଫ୍ ଏକ୍ସଲେନ୍ସ ହାସଲ କରିଛି। ସର୍ବମୋଟ ୫୧ଟି ପଦକ ଜିତିଛି ଓଡ଼ିଶା ଦଳ। ଏହି ବିଜେତାମାନେ ଆସନ୍ତା ଅକ୍ଟୋବରରେ ଚୀନର ସାଂଘାଇରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ବ ଦକ୍ଷତା ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।
ସ୍ପର୍ଣ୍ଣ ପଦକ ବିଜେତାଙ୍କୁ ୧ ଲକ୍ଷ, ରୌପ୍ୟ ବିଜେତାଙ୍କୁ ୭୫ ହଜାର ଏବଂ କାଂସ୍ୟ ପଦକ ବିଜେତାଙ୍କୁ ୫୦ ହଜାର ଟଙ୍କା ପୁରସ୍କାର ମିଳିଛି। ଓଡ଼ିଶାରୁ ୭୬ ଜଣ ପ୍ରତିଯୋଗୀ ଏଥିରେ ଅଂଶଗ୍ରହଣ ଗ୍ରହଣ କରିଥିଲେ। କେନ୍ଦ୍ର କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ପକ୍ଷରୁ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।