ଆଜି ରାଜ୍ୟରେ ୩୨୨୦ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର,ଏନ୍ଏନ୍ଏସ୍: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ମାମଲା ବଢ଼ିଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଛି। ଠିକ ସେହିପରି ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ଆଜି ରାଜ୍ୟରେ ୩୨୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୫୫ ହଜାର ୬୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଅନ୍ୟପଟେ ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ୧୦ ହଜାର ପାର୍ କରିଛି।