ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି କରୋନା ସଂକ୍ରମଣ ଦୃତ ଗତିରେ ବଢ଼ିବାକୁ ଲାଗିଛି। ସୂଚନା ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ହଜାର ୧୭୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷ ବୟସରୁ କମରେ ୧୦୧୬ ଜଣ ସଂକ୍ରମିତ ରହିଛନ୍ତି। କ୍ୱାରେଣ୍ଟାଇନ ସେଣ୍ଟରରୁ ୬୪୭୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୬୯୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।
ଚିହ୍ନଟ ହୋଇଥିବା ସଦ୍ୟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୩୨, ବାଲେଶ୍ୱରରୁ ୩୪୨, ବରଗଡ଼ରୁ ୧୨୩, ଭଦ୍ରକରୁ ୯୨, ବଲାଙ୍ଗିରରୁ ୩୧୨, ବୌଦ୍ଧରୁ ୭୧, କଟକରୁ ୮୨୯, ଦେବଗଡ଼ରୁ ୨୫, ଢ଼େଙ୍କାନାଳରୁ ୬୫, ଗଜପତିରୁ ୭୩, ଗଞ୍ଜାମରୁ ୧୦୮, ଜଗତସିଂହପୁରରୁ ୧୬୪, ଯାଜପୁରରୁ ୧୭୯, ଝାରସୁଗୁଡ଼ାରୁ ୧୯୩, କଳାହାଣ୍ଡିରୁ ୧୭୩, କନ୍ଧମାଳରୁ ୪୭, କେନ୍ଦ୍ରାପଡ଼ାରୁ ୭୧, କେନ୍ଦୁଝରରୁ ୬୯, ଖୋର୍ଦ୍ଧାରୁ ୩୪୨୪, କୋରାପୁଟରୁ ୧୫୨, ମାଲକାନଗିରିରୁ ୪୯, ମୟୂରଭଞ୍ଜରୁ ୨୭୬, ନବରଙ୍ଗପୁରରୁ ୧୫୫, ନୟାଗଡ଼ରୁ ୧୫୯, ନୂଆପଡ଼ାରୁ ୭୯, ପୁରୀରୁ ୧୪୧, ରାୟଗଡ଼ାରୁ ୧୮୪, ସମ୍ବଲପୁରରୁ ୩୭୯, ସୋନପୁରରୁ ୨୩୮, ସୁନ୍ଦରଗଡ଼ଣୁ ୨୧୩୬ ଏବଂ ଷ୍ଟେଟପୁଲରୁ ୭୩୭ ଜଣ ରହିଛନ୍ତି।
ଏଥିସହିତ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧ ଲକ୍ଷ ୩୩ ହଜାର ୯୧୨ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୫୫ ହଜାର ୬୧୫ ଜଣ ସୁସ୍ଥ ହୋଇସାରିଛନ୍ତି ଓ ୬୯ ହଜାର ୭୬୩ ଜଣ ଚିକିତ୍ସାଧୀନ ରହିଛନ୍ତି।