ଭୁବନେଶ୍ୱର,ଏନ୍ଏନ୍ଏସ୍: ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି । ଏହି କ୍ରମରେ ବ୍ୟକ୍ତିଗତ ଭାବେ ନିଜ ଘରେ ୫ ଜଣଙ୍କୁ ପତାକା ଉତ୍ତୋଳନ ପାଇଁ ଅନୁମତି ଦିଆଯାଇଛି । ଆନୁଷ୍ଠାନିକ ଭାବେ ପତାକା ଉତ୍ତୋଳନ ପାଇଁ ୧୦ ଜଣଙ୍କୁ ଅନୁମତି ମିଳିଛି । ପତାକା ଉତ୍ତୋଳନ ସମୟରେ କୋଭିଡ ନିୟମ ପାଳିବାକୁ ପରାମର୍ଶ ଦିଆଯାଇଛି । ଏଥିସହିତ ସାମାଜିକ ଦୂରତା, ମାସ୍କ ଓ ସାନିଟାଇଜେସନକୁ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି ।